1. {ରାଜାଙ୍କ ବିବାହ ଉଦ୍ଦେଶ୍ୟରେ ରଚିତ ଗୀତ} PS ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି;
ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ। |
2. ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର;
ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି। |
4. ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା
ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ। |
7. ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ;
ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି। |
8. ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ
ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି। |
9. ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ
ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି। |
11. ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ * ସୌନ୍ଦର୍ଯ୍ୟ ବାଞ୍ଛା କରିବେ ଅର୍ଥାତ୍ ଶୟନ କରିବେ ।
କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର। |
12. ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ
ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ। |
14. ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ
ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ। |