ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ରାଜାଙ୍କ ବିବାହ ଉଦ୍ଦେଶ୍ୟରେ ରଚିତ ଗୀତ }[PS]*ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ପ୍ରେମ ଗୀତ। *[PE][QS]ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; [QE][QS]ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; [QE][QS]ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ। [QE]
2. [QS]ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; [QE][QS]ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; [QE][QS]ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ [QE][QS]କରିଅଛନ୍ତି। [QE]
3. [QS]ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, [QE][QS]ଆପଣା ମହିମା ଓ ପ୍ରଭାବ ବାନ୍ଧ। [QE]
4. [QS]ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା [QE][QS]ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; [QE][QS]ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ [QE][QS]ଶିଖାଇବ। [QE]
5. [QS]ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; [QE][QS]ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ। [QE]
6. [QS]ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; [QE][QS]ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ। [QE]
7. [QS]ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; [QE][QS]ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର [QE][QS]ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ [QE][QS]ଅଭିଷିକ୍ତ କରିଅଛନ୍ତି। [QE]
8. [QS]ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ [QE][QS]ସୁବାସମୟ; [QE][QS]ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ [QE][QS]ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି। [QE]
9. [QS]ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ [QE][QS]ଅଛନ୍ତି; [QE][QS]ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ [QE][QS]ଉଭା ହୁଅନ୍ତି। [QE]
10. [QS]ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; [QE][QS]ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର; [QE]
11. [QS]ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ[* ସୌନ୍ଦର୍ଯ୍ୟ ବାଞ୍ଛା କରିବେ ଅର୍ଥାତ୍ ଶୟନ କରିବେ ]। [QE][QS]କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର। [QE]
12. [QS]ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ [QE][QS]ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ [QE][QS]କରିବେ। [QE]
13. [QS]ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ [QE][QS]ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ। [QE]
14. [QS]ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ [QE][QS]ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ [QE][QS]ନିକଟକୁ ଅଣାଯିବେ। [QE]
15. [QS]ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; [QE][QS]ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ; [QE]
16. [QS]ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, [QE][QS]ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି [QE][QS]କରିବ। [QE]
17. [QS]ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ [QE][QS]କରାଇବି; [QE][QS]ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା [QE][QS]କରିବେ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 45 / 150
ରାଜାଙ୍କ ବିବାହ ଉଦ୍ଦେଶ୍ୟରେ ରଚିତ ଗୀତ 1 *ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ପ୍ରେମ ଗୀତ। *ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ। 2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି। 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ। 4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ। 5 ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ। 6 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ। 7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି। 8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି। 9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି। 10 ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର; 11 ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ* ସୌନ୍ଦର୍ଯ୍ୟ ବାଞ୍ଛା କରିବେ ଅର୍ଥାତ୍ ଶୟନ କରିବେ କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର। 12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ। 13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ। 14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ। 15 ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ; 16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ। 17 ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 45 / 150
×

Alert

×

Oriya Letters Keypad References