ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ରାଜାଙ୍କ ବିବାହ ଉଦ୍ଦେଶ୍ୟରେ ରଚିତ ଗୀତ} [PS] ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; [QBR] ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; [QBR] ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ। [QBR]
2. ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; [QBR] ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; [QBR] ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ [QBR] କରିଅଛନ୍ତି। [QBR]
3. ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, [QBR] ଆପଣା ମହିମା ଓ ପ୍ରଭାବ ବାନ୍ଧ। [QBR]
4. ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା [QBR] ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; [QBR] ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ [QBR] ଶିଖାଇବ। [QBR]
5. ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; [QBR] ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ। [QBR]
6. ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; [QBR] ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ। [QBR]
7. ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; [QBR] ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର [QBR] ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ [QBR] ଅଭିଷିକ୍ତ କରିଅଛନ୍ତି। [QBR]
8. ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ [QBR] ସୁବାସମୟ; [QBR] ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ [QBR] ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି। [QBR]
9. ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ [QBR] ଅଛନ୍ତି; [QBR] ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ [QBR] ଉଭା ହୁଅନ୍ତି। [QBR]
10. ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; [QBR] ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର; [QBR]
11. ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ [* ସୌନ୍ଦର୍ଯ୍ୟ ବାଞ୍ଛା କରିବେ ଅର୍ଥାତ୍ ଶୟନ କରିବେ] । [QBR] କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର। [QBR]
12. ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ [QBR] ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ [QBR] କରିବେ। [QBR]
13. ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ [QBR] ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ। [QBR]
14. ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ [QBR] ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ [QBR] ନିକଟକୁ ଅଣାଯିବେ। [QBR]
15. ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; [QBR] ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ; [QBR]
16. ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, [QBR] ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି [QBR] କରିବ। [QBR]
17. ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ [QBR] କରାଇବି; [QBR] ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା [QBR] କରିବେ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 45 / 150
ଗୀତସଂହିତା 45:38
ରାଜାଙ୍କ ବିବାହ ଉଦ୍ଦେଶ୍ୟରେ ରଚିତ ଗୀତ 1 ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ। 2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି। 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ। 4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ। 5 ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ। 6 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ। 7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି। 8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି। 9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି। 10 ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର; 11 ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ * ସୌନ୍ଦର୍ଯ୍ୟ ବାଞ୍ଛା କରିବେ ଅର୍ଥାତ୍ ଶୟନ କରିବେ କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର। 12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ। 13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ। 14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ। 15 ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ; 16 ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ। 17 ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 45 / 150
Common Bible Languages
West Indian Languages
×

Alert

×

oriya Letters Keypad References