3. ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ,
ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। ସେଲା |
4. ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ
ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ। |
5. ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ
ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। |
9. ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି;
ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥ * ରଥ କିମ୍ବା ଢାଲ ସବୁ ଅଗ୍ନିରେ ପୋଡ଼ି ପକାନ୍ତି। |
10. କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ;
ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। |