ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସର୍ବୋପରିସ୍ଥ ଅଧିପତି} [PS] ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। [QBR]
2. କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; [QBR] ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। [QBR]
3. ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ [QBR] କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। [QBR]
4. ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର [QBR] ମନୋନୀତ କରିବେ, [QBR] ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। [QBR] [ସେଲା] [QBR]
5. ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ [QBR] ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। [QBR]
6. ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, [QBR] ପ୍ରଶଂସାଗାନ କର; [QBR] ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, [QBR] ପ୍ରଶଂସାଗାନ କର। [QBR]
7. କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; [QBR] ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର। [QBR]
8. ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; [QBR] ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। [QBR]
9. ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ [QBR] ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। [QBR] କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ [QBR] ଅତିଶୟ ଉନ୍ନତ ଅଟନ୍ତି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 47 / 150
ଗୀତସଂହିତା 47:59
ସର୍ବୋପରିସ୍ଥ ଅଧିପତି 1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। 2 କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। 3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। 4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। *ସେଲା 5 ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। 6 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର। 7 କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର। 8 ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। 9 ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 47 / 150
Common Bible Languages
West Indian Languages
×

Alert

×

oriya Letters Keypad References