1. {ସଦାପ୍ରଭୁଙ୍କ ନଗରୀ ସିୟୋନ} PS ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ,
ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ। |
8. ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି
ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। ସେଲା |
10. ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି
ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ। |
11. ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ
ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ * କନ୍ୟାଗଣ ଅର୍ଥାତ୍ ନଗରର ଲୋକମାନେ ଉଲ୍ଲାସିତ ହେଉନ୍ତୁ। |
13. ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ
ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର। |
14. କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର
ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ। PE |