ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଧନ ଉପରେ ଆସ୍ଥା ମୂର୍ଖତା }[PS]*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। *[PE][QS]ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ, [QE]
2. [QS]ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର [QE][QS]କର୍ଣ୍ଣପାତ କର। [QE]
3. [QS]ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ [QE][QS]ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ। [QE]
4. [QS]ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; [QE][QS]ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି। [QE]
5. [QS]ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ [QE][QS]ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ? [QE]
6. [QS]ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର [QE][QS]ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; [QE]
7. [QS]ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ [QE][QS]ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ [QE][QS]ମୁକ୍ତ କରି ନ ପାରେ। [QE]
8. [QS]କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ [QE][QS]ଦେଇ ନ ପାରେ; [QE]
9. [QS]କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ [QE][QS]ଅନନ୍ତକାଳ ଅସାଧ୍ୟ। [QE]
10. [QS]ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ [QE][QS]ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, [QE][QS]ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ [QE][QS]ଛାଡ଼ିଯା’ନ୍ତି। [QE]
11. [QS]ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ [QE][QS]ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର [QE][QS]ଆନ୍ତରିକ ବିଚାର; [QE][QS]ସେମାନେ ଆପଣା ଆପଣା ନାମାନୁସାରେ ଆପଣା [QE][QS]ଆପଣା ଭୂମିର ନାମ ରଖନ୍ତି। [QE]
12. [QS]ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; [QE][QS]ସେ ବିନାଶ୍ୟ ପଶୁ ତୁଲ୍ୟ। [QE]
13. [QS]ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; [QE][QS]ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ [QE][QS]କଥା ପସନ୍ଦ କରନ୍ତି। [QE][QS][ସେଲା] [QE]
14. [QS]ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; [QE][QS]ମୃତ୍ୟୁୁ ସେମାନଙ୍କର ପାଳକ ହେବ; [QE][QS]ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; [QE][QS]ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର [QE][QS]ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। [QE]
15. [QS]ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର [QE][QS]ପ୍ରାଣ ମୁକ୍ତ କରିବେ; [QE][QS]କାରଣ ସେ ମୋତେ ଗ୍ରହଣ କରିବେ। [QE][QS][ସେଲା] [QE]
16. [QS]କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ[* ଐଶ୍ୱର୍ଯ୍ୟ କିମ୍ବା ଧନ ଓ ସମ୍ପତ୍ତି ] [QE][QS]ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; [QE]
17. [QS]କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; [QE][QS]ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ। [QE]
18. [QS]ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର [QE][QS]ଧନ୍ୟବାଦ କଲା, [QE][QS]ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର [QE][QS]ପ୍ରଶଂସା କରନ୍ତି; [QE]
19. [QS]ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; [QE][QS]ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ। [QE]
20. [QS]ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ [QE][QS]କରେ, ସେ ବିନାଶ୍ୟ ପଶୁ ତୁଲ୍ୟ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 49 / 150
ଧନ ଉପରେ ଆସ୍ଥା ମୂର୍ଖତା 1 *ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। *ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ, 2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର। 3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ। 4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି। 5 ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ? 6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; 7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ। 8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ; 9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ। 10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି। 11 ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି। 12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ। 13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। *ସେଲା 14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। 15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। *ସେଲା 16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ* ଐଶ୍ୱର୍ଯ୍ୟ କିମ୍ବା ଧନ ଓ ସମ୍ପତ୍ତି ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; 17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ। 18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି; 19 ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ। 20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 49 / 150
×

Alert

×

Oriya Letters Keypad References