ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଧନ ଉପରେ ଆସ୍ଥା ମୂର୍ଖତା} [PS] ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ, [QBR]
2. ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର [QBR] କର୍ଣ୍ଣପାତ କର। [QBR]
3. ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ [QBR] ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ। [QBR]
4. ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; [QBR] ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି। [QBR]
5. ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ [QBR] ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ? [QBR]
6. ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର [QBR] ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; [QBR]
7. ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ [QBR] ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ [QBR] ମୁକ୍ତ କରି ନ ପାରେ। [QBR]
8. କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ [QBR] ଦେଇ ନ ପାରେ; [QBR]
9. କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ [QBR] ଅନନ୍ତକାଳ ଅସାଧ୍ୟ। [QBR]
10. ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ [QBR] ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, [QBR] ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ [QBR] ଛାଡ଼ିଯା’ନ୍ତି। [QBR]
11. ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ [QBR] ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର [QBR] ଆନ୍ତରିକ ବିଚାର; [QBR] ସେମାନେ ଆପଣା ଆପଣା ନାମାନୁସାରେ ଆପଣା [QBR] ଆପଣା ଭୂମିର ନାମ ରଖନ୍ତି। [QBR]
12. ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; [QBR] ସେ ବିନାଶ୍ୟ ପଶୁ ତୁଲ୍ୟ। [QBR]
13. ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; [QBR] ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ [QBR] କଥା ପସନ୍ଦ କରନ୍ତି। [QBR] [ସେଲା] [QBR]
14. ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; [QBR] ମୃତ୍ୟୁୁ ସେମାନଙ୍କର ପାଳକ ହେବ; [QBR] ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; [QBR] ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର [QBR] ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। [QBR]
15. ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର [QBR] ପ୍ରାଣ ମୁକ୍ତ କରିବେ; [QBR] କାରଣ ସେ ମୋତେ ଗ୍ରହଣ କରିବେ। [QBR] [ସେଲା] [QBR]
16. କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ [* ଐଶ୍ୱର୍ଯ୍ୟ କିମ୍ବା ଧନ ଓ ସମ୍ପତ୍ତି ] [QBR] ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; [QBR]
17. କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; [QBR] ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ। [QBR]
18. ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର [QBR] ଧନ୍ୟବାଦ କଲା, [QBR] ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର [QBR] ପ୍ରଶଂସା କରନ୍ତି; [QBR]
19. ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; [QBR] ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ। [QBR]
20. ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ [QBR] କରେ, ସେ ବିନାଶ୍ୟ ପଶୁ ତୁଲ୍ୟ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 49 / 150
ଗୀତସଂହିତା 49:160
ଧନ ଉପରେ ଆସ୍ଥା ମୂର୍ଖତା 1 ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ, 2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର। 3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ। 4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି। 5 ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ? 6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; 7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ। 8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ; 9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ। 10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି। 11 ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି। 12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ। 13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। *ସେଲା 14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। 15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। *ସେଲା 16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ * ଐଶ୍ୱର୍ଯ୍ୟ କିମ୍ବା ଧନ ଓ ସମ୍ପତ୍ତି ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; 17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ। 18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି; 19 ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ। 20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 49 / 150
Common Bible Languages
West Indian Languages
×

Alert

×

oriya Letters Keypad References