ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ନିରାପତ୍ତା ପାଇଁ ପ୍ରାର୍ଥନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, *[PE][QS]ମୋହର କାକୂକ୍ତି ବିବେଚନା କର। *[PE][QS]ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, [QE][QS]ମୋହର ଆର୍ତ୍ତରବରେ ମନୋଯୋଗ କର, [QE][QS]କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ। [QE]
3. [QS]ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; [QE][QS]ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା[* ପ୍ରାର୍ଥନା କିମ୍ବା ବଳିଦାନ ] ସଜାଇବି ଓ ଜଗି ରହିବି। [QE]
4. [QS]କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; [QE][QS]ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ। [QE]
5. [QS]ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; [QE][QS]ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ। [QE]
6. [QS]ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; [QE][QS]ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି। [QE]
7. [QS]ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; [QE][QS]ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। [QE]
8. [QS]ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ [QE][QS]ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; [QE][QS]ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର। [QE]
9. [QS]କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; [QE][QS]ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; [QE][QS]ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; [QE][QS]ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି। [QE]
10. [QS]ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; [QE][QS]ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; [QE][QS]ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; [QE][QS]କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। [QE]
11. [QS]ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; [QE][QS]ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; [QE][QS]ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ। [QE]
12. [QS]ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ, [QE][QS]ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 150
ନିରାପତ୍ତା ପାଇଁ ପ୍ରାର୍ଥନା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, *ମୋହର କାକୂକ୍ତି ବିବେଚନା କର। *ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ। 3 ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା* ପ୍ରାର୍ଥନା କିମ୍ବା ବଳିଦାନ ସଜାଇବି ଓ ଜଗି ରହିବି। 4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ। 5 ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ। 6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି। 7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। 8 ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର। 9 କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି। 10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। 11 ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ। 12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 150
×

Alert

×

Oriya Letters Keypad References