2. ହେ ମୋହର ରାଜନ୍, ହେ ମୋହର ପରମେଶ୍ୱର,
ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ। |
3. ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ;
ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା * ପ୍ରାର୍ଥନା କିମ୍ବା ବଳିଦାନ ସଜାଇବି ଓ ଜଗି ରହିବି। |
7. ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି;
ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। |
8. ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ
ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର। |
9. କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ;
ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି। |
10. ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର;
ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। |
11. ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ;
ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ। |
12. ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ,
ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ। PE |