ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ନିରାପତ୍ତା ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, [QBR] ମୋହର କାକୂକ୍ତି ବିବେଚନା କର। [QBR]
2. ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, [QBR] ମୋହର ଆର୍ତ୍ତରବରେ ମନୋଯୋଗ କର, [QBR] କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ। [QBR]
3. ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; [QBR] ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା [* ପ୍ରାର୍ଥନା କିମ୍ବା ବଳିଦାନ] ସଜାଇବି ଓ ଜଗି ରହିବି। [QBR]
4. କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; [QBR] ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ। [QBR]
5. ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; [QBR] ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ। [QBR]
6. ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; [QBR] ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି। [QBR]
7. ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; [QBR] ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। [QBR]
8. ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ [QBR] ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; [QBR] ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର। [QBR]
9. କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; [QBR] ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; [QBR] ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; [QBR] ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି। [QBR]
10. ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; [QBR] ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; [QBR] ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; [QBR] କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। [QBR]
11. ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; [QBR] ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; [QBR] ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ। [QBR]
12. ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ, [QBR] ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 150
ଗୀତସଂହିତା 5:64
ନିରାପତ୍ତା ପାଇଁ ପ୍ରାର୍ଥନା 1 ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର। 2 ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ। 3 ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା * ପ୍ରାର୍ଥନା କିମ୍ବା ବଳିଦାନ ସଜାଇବି ଓ ଜଗି ରହିବି। 4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ। 5 ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ। 6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି। 7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। 8 ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର। 9 କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି। 10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। 11 ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ। 12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 150
Common Bible Languages
West Indian Languages
×

Alert

×

oriya Letters Keypad References