ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସତ୍ୟ ଉପାସନା} [PS] ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର [QBR] କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ [QBR] ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି। [QBR]
2. ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର [QBR] ପ୍ରକାଶିତ ହୋଇଅଛନ୍ତି। [QBR]
3. ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ [QBR] ରହିବେ ନାହିଁ; [QBR] ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ [QBR] ଅତ୍ୟନ୍ତ ଝଡ଼ମୟ ହେବ। [QBR]
4. ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ [QBR] ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ; [QBR]
5. “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ [QBR] କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ [QBR] ଏକତ୍ର କର।” [QBR]
6. ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ [QBR] ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [QBR] [ସେଲା] [QBR]
7. “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; [QBR] ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ [QBR] ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, [QBR]
8. ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା [QBR] କରିବା ନାହିଁ; [QBR] ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ [QBR] ଅଛି। [QBR]
9. ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ [QBR] ଛାଗର ବଳିଦାନ ନେବା ନାହିଁ। [QBR]
10. କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର [QBR] ପର୍ବତସ୍ଥ ପଶୁ ଆମ୍ଭର। [QBR]
11. ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର [QBR] ପଶୁସବୁ ଆମ୍ଭର। [QBR]
12. ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; [QBR] କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର। [QBR]
13. ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା [QBR] ଛାଗରକ୍ତ ପାନ କରିବା ? [QBR]
14. ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ [QBR] ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; [QBR]
15. ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; [QBR] ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର [QBR] ମହିମା ପ୍ରକାଶ କରିବ।” [QBR]
16. ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି [QBR] ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା [QBR] ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ? [QBR]
17. କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ [QBR] ଆପଣା ପଛେ ପକାଇ ଦେଉଅଛ। [QBR]
18. ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ [QBR] ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ। [QBR]
19. ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ [QBR] ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ। [QBR]
20. ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; [QBR] ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ। [QBR]
21. ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ [QBR] ହୋଇ ରହିଅଛୁ; [QBR] ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ [QBR] ଅନୁମାନ କରିଅଛ; [QBR] ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ [QBR] ତୁମ୍ଭ ସାକ୍ଷାତରେ ସଜାଇ ରଖିବା। [QBR]
22. ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, [QBR] ତୁମ୍ଭେମାନେ ଏହା ବିବେଚନା କର, [QBR] ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, [QBR] ଉଦ୍ଧାର କରିବାକୁ କେହି ନ ଥିବ। [QBR]
23. ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ [QBR] ଆମ୍ଭକୁ ଗୌରବ ଦିଏ; [QBR] ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ [QBR] ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।” [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 50 / 150
ଗୀତସଂହିତା 50:133
ସତ୍ୟ ଉପାସନା 1 ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି। 2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି। 3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ। 4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ; 5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।” 6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। *ସେଲା 7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, 8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି। 9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ। 10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର। 11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର। 12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର। 13 ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା ? 14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; 15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।” 16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ? 17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ। 18 ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ। 19 ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ। 20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ। 21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା। 22 ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ। 23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 50 / 150
Common Bible Languages
West Indian Languages
×

Alert

×

oriya Letters Keypad References