ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1କ୍ଷମା ପାଇଁ ପ୍ରାର୍ଥନା }[PS]*ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। *[PE][QS]ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ [QE][QS]ମୋ’ ପ୍ରତି ଦୟା କର; [QE][QS]ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। [QE]
2. [QS]ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ [QE][QS]ମୋ’ ପାପରୁ ମୋତେ ଶୁଚି କର। [QE]
3. [QS]କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ [QE][QS]ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି। [QE]
4. [QS]ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ [QE][QS]କରିଅଛି, [QE][QS]ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; [QE][QS]ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର [QE][QS]କରିବା ବେଳେ ନିର୍ଦ୍ଦୋଷ ହେବ। [QE]
5. [QS]ଦେଖ, ଅପରାଧରେ ମୁଁ ନିର୍ମିତ ହେଲି [QE][QS]ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା। [QE]
6. [QS]ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; [QE][QS]ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ। [QE]
7. [QS]ଏସୋବ ଦେଇ ମୋତେ ନିର୍ମଳ କର,[* ଏସୋବ ଦେଇ ମୋତେ ନିର୍ମଳ କର, ଅର୍ଥାତ୍ ମୋ’ର ପାପରୁ ମୋତେ ନିର୍ମଳ କର ] ତହିଁରେ ମୁଁ ଶୁଚି ହେବି; [QE][QS]ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି। [QE]
8. [QS]ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; [QE][QS]ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ। [QE]
9. [QS]ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର [QE][QS]ଓ ମୋ’ ଅପରାଧସବୁ ମାର୍ଜନା କର। [QE]
10. [QS]ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ [QE][QS]ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର। [QE]
11. [QS]ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ [QE][QS]ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ। [QE]
12. [QS]ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ [QE][QS]ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ। [QE]
13. [QS]ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି [QE][QS]ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ। [QE]
14. [QS]ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ [QE][QS]ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; [QE][QS]ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ [QE][QS]ଗାନ କରିବ। [QE]
15. [QS]ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ [QE][QS]ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ। [QE]
16. [QS]କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ [QE][QS]ମୁଁ ତାହା ଦିଅନ୍ତି; [QE][QS]ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ। [QE]
17. [QS]ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, [QE][QS]ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ [QE][QS]କରିବ ନାହିଁ। [QE]
18. [QS]ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; [QE][QS]ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର। [QE]
19. [QS]ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ [QE][QS]ଆହୁତିରେ ସନ୍ତୁଷ୍ଟ ହେବ; [QE][QS]ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 51 / 150
କ୍ଷମା ପାଇଁ ପ୍ରାର୍ଥନା 1 *ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। *ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। 2 ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ’ ପାପରୁ ମୋତେ ଶୁଚି କର। 3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି। 4 ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ। 5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା। 6 ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ। 7 ଏସୋବ ଦେଇ ମୋତେ ନିର୍ମଳ କର,* ଏସୋବ ଦେଇ ମୋତେ ନିର୍ମଳ କର, ଅର୍ଥାତ୍ ମୋ’ର ପାପରୁ ମୋତେ ନିର୍ମଳ କର ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି। 8 ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ। 9 ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର। 10 ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର। 11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ। 12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ। 13 ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ। 14 ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ। 15 ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ। 16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ। 17 ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ। 18 ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର। 19 ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 51 / 150
×

Alert

×

Oriya Letters Keypad References