ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ପରମେଶ୍ୱରଙ୍କ ବିଚାର ଓ ଅନୁଗ୍ରହ }[PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍‍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍‍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। *[PE][QS]ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ? [QE]
2. [QS]ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। [QE][QS]ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର [QE][QS]ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। [QE]
3. [QS]ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା [QE][QS]ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। [QE][QS][ସେଲା] [QE]
4. [QS]ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ [QE][QS]କଥା ଭଲ ପାଉଅଛ। [QE]
5. [QS]ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, [QE][QS]ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ [QE][QS]ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [QE][QS][ସେଲା] [QE]
6. [QS]ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ [QE][QS]ଓ ତାହା ପ୍ରତି ଉପହାସ କରି କହିବେ, [QE]
7. [QS]ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ [QE][QS]ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। [QE][QS]ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା। [QE]
8. [QS]ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ [QE][QS]ତୁଲ୍ୟ ଅଛି। [QE][QS]ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। [QE]
9. [QS]ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ [QE][QS]ତୁମ୍ଭକୁ ଧନ୍ୟବାଦ ଦେବି; [QE][QS]ମୁଁ ତୁମ୍ଭ ସଦ୍‍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର [QE][QS]ଅନୁସରଣ କରିବି, ଯେହେତୁ ତାହା ଉତ୍ତମ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 52 / 150
ପରମେଶ୍ୱରଙ୍କ ବିଚାର ଓ ଅନୁଗ୍ରହ 1 *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍‍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍‍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। *ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ? 2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। 3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। *ସେଲା 4 ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ। 5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। *ସେଲା 6 ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ, 7 ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା। 8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। 9 ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍‍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 52 / 150
×

Alert

×

Oriya Letters Keypad References