ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱରଙ୍କ ବିଚାର ଓ ଅନୁଗ୍ରହ} [PS] ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ? [QBR]
2. ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। [QBR] ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର [QBR] ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। [QBR]
3. ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା [QBR] ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। [QBR] [ସେଲା] [QBR]
4. ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ [QBR] କଥା ଭଲ ପାଉଅଛ। [QBR]
5. ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, [QBR] ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ [QBR] ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [QBR] [ସେଲା] [QBR]
6. ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ [QBR] ଓ ତାହା ପ୍ରତି ଉପହାସ କରି କହିବେ, [QBR]
7. ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ [QBR] ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। [QBR] ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା। [QBR]
8. ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ [QBR] ତୁଲ୍ୟ ଅଛି। [QBR] ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। [QBR]
9. ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ [QBR] ତୁମ୍ଭକୁ ଧନ୍ୟବାଦ ଦେବି; [QBR] ମୁଁ ତୁମ୍ଭ ସଦ୍‍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର [QBR] ଅନୁସରଣ କରିବି, ଯେହେତୁ ତାହା ଉତ୍ତମ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 52 / 150
ଗୀତସଂହିତା 52:83
ପରମେଶ୍ୱରଙ୍କ ବିଚାର ଓ ଅନୁଗ୍ରହ 1 ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ? 2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। 3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। *ସେଲା 4 ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ। 5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। *ସେଲା 6 ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ, 7 ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା। 8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। 9 ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍‍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 52 / 150
Common Bible Languages
West Indian Languages
×

Alert

×

oriya Letters Keypad References