1. {#1ବନ୍ଧୁ ଦ୍ୱାରା ପ୍ରତାରିତ ଲୋକର ପ୍ରାର୍ଥନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। *[PE][PBR]ହେ ପରମେଶ୍ୱର, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର; *[PE][QS]ମୋ’ ବିନତିରୁ ଆପଣାକୁ ଲୁଚାଅ ନାହିଁ। *[PE][QS]ମୋ’ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; [QE][QS]ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ [QE][QS]ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ; [QE]
3. [QS]କାରଣ ସେମାନେ ମୋ’ ଉପରେ ଅଧର୍ମ ଆରୋପ [QE][QS]କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି। [QE]
4. [QS]ମୋ’ ଅନ୍ତରରେ ମୋ’ ହୃଦୟ ଅତ୍ୟନ୍ତ ବ୍ୟଥିତ [QE][QS]ହେଉଅଛି ଓ ମୋ’ ଉପରେ ମୃତ୍ୟୁୁର ତ୍ରାସ ପଡ଼ିଅଛି। [QE]
5. [QS]ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, [QE][QS]ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି। [QE]
6. [QS]ଯଦି କପୋତ ପରି ମୋହର ପକ୍ଷ ଥା’ନ୍ତା ! ଏଣୁ ମୁଁ କହିଲି, ଆଃ, [QE][QS]ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି। [QE]
7. [QS]ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, [QE][QS]ମୁଁ ପ୍ରାନ୍ତରରେ ବାସ କରନ୍ତି। [ସେଲା] [QE]
8. [QS]ମୁଁ ପ୍ରବଳ ବାୟୁ ଓ ତୋଫାନରୁ [QE][QS]ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି। [QE]
9. [QS]ହେ ପ୍ରଭୁ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; [QE][QS]କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି। [QE]
10. [QS]ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି; [QE][QS]ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି। [QE]
11. [QS]ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, [QE][QS]ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ। [QE]
12. [QS]କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; [QE][QS]କଲେ ତାହା ମୁଁ ସହ୍ୟ କରି ପାରନ୍ତି; [QE][QS]କିଅବା ମୋହର ଘୃଣାକାରୀ ମୋ’ ବିରୁଦ୍ଧରେ ଦର୍ପ କଲା ନାହିଁ, [QE][QS]କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି; [QE]
13. [QS]ମାତ୍ର ମୋ’ ପରି ମନୁଷ୍ୟ, ମୋହର ସଙ୍ଗୀ ଓ [QE][QS]ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ। [QE]
14. [QS]ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, [QE][QS]ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ। [QE]
15. [QS]ମୃତ୍ୟୁୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, [QE][QS]ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, [QE][QS]କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି। [QE]
16. [QS]ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; [QE][QS]ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ। [QE]
17. [QS]ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; [QE][QS]ଆଉ, ସେ ମୋ’ ରବ ଶୁଣିବେ। [QE]
18. [QS]ସେ ମୋ’ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋ’ ପ୍ରାଣ ମୁକ୍ତ କରିଅଛନ୍ତି; [QE][QS]କାରଣ ମୋ’ ସଙ୍ଗେ ବିରୋଧକାରୀ ଅନେକ ଥିଲେ। [QE]
19. [QS]ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, [QE][QS]ସେ ଚିରକାଳ ବିଦ୍ୟମାନ, [ସେଲା] [QE][QS]ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, [QE][QS]ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ। [QE]
20. [QS]ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; [QE][QS]ସେ ଆପଣା ନିୟମ ଲଙ୍ଘନ କରିଅଛି। [QE]
21. [QS]ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, [QE][QS]ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; [QE][QS]ତାହାର କଥାସବୁ ତୈଳଠାରୁ କୋମଳ, [QE][QS]ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ। [QE]
22. [QS]ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; [QE][QS]ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ। [QE]
23. [QS]ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; [QE][QS]ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; [QE][QS]ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି। [QE]