1. {ସାହାଯ୍ୟ ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; [QBR] କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; [QBR] ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି। [QBR]
2. ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, [QBR] ମୋ’ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି। [QBR]
3. ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, [QBR] ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] [QBR] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ। [QBR]
4. ମୁଁ ସିଂହମାନଙ୍କ ମଧ୍ୟରେ ଅଛି; [QBR] ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, [QBR] ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, [QBR] ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ। [QBR]
5. ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; [QBR] ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। [QBR]
6. ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; [QBR] ମୋ’ ପ୍ରାଣ ଅବନତ ହୋଇଅଛି; [QBR] ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; [QBR] ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା] [QBR]
7. ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; [QBR] ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି। [QBR]
8. ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; [QBR] ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି। [QBR]
9. ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; [QBR] ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି। [QBR]
10. କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ [QBR] ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ। [QBR]
11. ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; [QBR] ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। [PE]