ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସାହାଯ୍ୟ ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; [QBR] କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; [QBR] ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି। [QBR]
2. ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, [QBR] ମୋ’ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି। [QBR]
3. ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, [QBR] ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] [QBR] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ। [QBR]
4. ମୁଁ ସିଂହମାନଙ୍କ ମଧ୍ୟରେ ଅଛି; [QBR] ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, [QBR] ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, [QBR] ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ। [QBR]
5. ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; [QBR] ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। [QBR]
6. ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; [QBR] ମୋ’ ପ୍ରାଣ ଅବନତ ହୋଇଅଛି; [QBR] ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; [QBR] ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା] [QBR]
7. ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; [QBR] ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି। [QBR]
8. ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; [QBR] ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି। [QBR]
9. ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; [QBR] ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି। [QBR]
10. କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ [QBR] ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ। [QBR]
11. ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; [QBR] ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 57 / 150
ଗୀତସଂହିତା 57:161
ସାହାଯ୍ୟ ପାଇଁ ପ୍ରାର୍ଥନା 1 ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି। 2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋ’ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି। 3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; *ସେଲା ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ। 4 ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ। 5 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। 6 ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋ’ ପ୍ରାଣ ଅବନତ ହୋଇଅଛି; ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। *ସେଲା 7 ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି। 8 ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି। 9 ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି। 10 କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ। 11 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 57 / 150
Common Bible Languages
West Indian Languages
×

Alert

×

oriya Letters Keypad References