1. {#1ସାହାଯ୍ୟ ପାଇଁ ପ୍ରାର୍ଥନା }[PS]*ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। *[PE][QS]ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; [QE][QS]କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; [QE][QS]ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି। [QE]
2. [QS]ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, [QE][QS]ମୋ’ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି। [QE]
3. [QS]ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, [QE][QS]ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] [QE][QS]ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ। [QE]
4. [QS]ମୁଁ ସିଂହମାନଙ୍କ ମଧ୍ୟରେ ଅଛି; [QE][QS]ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, [QE][QS]ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, [QE][QS]ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ। [QE]
5. [QS]ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; [QE][QS]ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। [QE]
6. [QS]ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; [QE][QS]ମୋ’ ପ୍ରାଣ ଅବନତ ହୋଇଅଛି; [QE][QS]ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; [QE][QS]ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା] [QE]
7. [QS]ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; [QE][QS]ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି। [QE]
8. [QS]ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; [QE][QS]ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି। [QE]
9. [QS]ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; [QE][QS]ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି। [QE]
10. [QS]କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ [QE][QS]ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ। [QE]
11. [QS]ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; [QE][QS]ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। [QE]