1. {ସାହାଯ୍ୟ ପାଇଁ ପ୍ରାର୍ଥନା} PS ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର;
କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି। |
3. ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ,
ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; ସେଲା ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ। |
4. ମୁଁ ସିଂହମାନଙ୍କ ମଧ୍ୟରେ ଅଛି;
ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ। |
6. ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି;
ମୋ’ ପ୍ରାଣ ଅବନତ ହୋଇଅଛି; ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। ସେଲା |
7. ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି;
ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି। |
9. ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି;
ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି। |