ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଦୁଷ୍ଟମାନଙ୍କ ଶାସ୍ତି ନିମନ୍ତେ ପ୍ରାର୍ଥନା} [PS] ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? [QBR] ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ? [QBR]
2. ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; [QBR] ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ। [QBR]
3. ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; [QBR] ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି। [QBR]
4. ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; [QBR] ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; [QBR]
5. ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର [QBR] ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ। [QBR]
6. ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; [QBR] ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ। [QBR]
7. ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; [QBR] ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ। [QBR]
8. ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ [QBR] ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ। [QBR]
9. ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା [QBR] ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ। [QBR]
10. ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; [QBR] ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ। [QBR]
11. ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; [QBR] ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 58 / 150
ଗୀତସଂହିତା 58:64
ଦୁଷ୍ଟମାନଙ୍କ ଶାସ୍ତି ନିମନ୍ତେ ପ୍ରାର୍ଥନା 1 ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ? 2 ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ। 3 ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି। 4 ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; 5 ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ। 6 ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ। 7 ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ। 8 ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ। 9 ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ। 10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ। 11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 58 / 150
Common Bible Languages
West Indian Languages
×

Alert

×

oriya Letters Keypad References