ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ନିରାପତ୍ତା ପାଇଁ ପ୍ରାର୍ଥନା }[PS]*ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। *[PE][QS]ହେ ମୋହର ପରମେଶ୍ୱର, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; [QE][QS]ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର। [QE]
2. [QS]ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, [QE][QS]ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର। [QE]
3. [QS]କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି; [QE][QS]ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; [QE][QS]ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ। [QE]
4. [QS]ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; [QE][QS]ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର। [QE]
5. [QS]ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, [QE][QS]ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; [QE][QS]କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା] [QE]
6. [QS]ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତି [QE][QS]ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି। [QE]
7. [QS]ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍‍ଗାର କରନ୍ତି; [QE][QS]ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; [QE][QS]କାରଣ ସେମାନେ କହନ୍ତି, କିଏ ଆମ୍ଭମାନଙ୍କୁ ଶୁଣିବ ? [QE]
8. [QS]ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; [QE][QS]ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ। [QE]
9. [QS]ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; [QE][QS]କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି। [QE]
10. [QS]ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; [QE][QS]ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ। [QE]
11. [QS]ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ; [QE][QS]ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, [QE][QS]ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର। [QE]
12. [QS]ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, [QE][QS]ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ [QE][QS]ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ। [QE]
13. [QS]ଯେପରି ସେମାନେ ଆଉ ନ ଥିବେ, [QE][QS]ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; [QE][QS]ପୁଣି, ପରମେଶ୍ୱର ଯେ ଯାକୁବ[* ଯାକୁବ ଅର୍ଥାତ୍ ଇସ୍ରାଏଲ ] ମଧ୍ୟରେ, [QE][QS]ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। [ସେଲା] [QE]
14. [QS]ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତୁ [QE][QS]ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ। [QE]
15. [QS]ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। [QE][QS]ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।[† ସାରାରାତ୍ରି ରହିବେ। କିମ୍ବା ଅସନ୍ତୋଷ ହେବେ ] [QE]
16. [QS]ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି [QE][QS]ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; [QE][QS]କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ। [QE]
17. [QS]ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; [QE][QS]ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 59 / 150
ନିରାପତ୍ତା ପାଇଁ ପ୍ରାର୍ଥନା 1 *ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। *ହେ ମୋହର ପରମେଶ୍ୱର, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର। 2 ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର। 3 କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ। 4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର। 5 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। *ସେଲା 6 ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି। 7 ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍‍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, କିଏ ଆମ୍ଭମାନଙ୍କୁ ଶୁଣିବ ? 8 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ। 9 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି। 10 ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ। 11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର। 12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ। 13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ* ଯାକୁବ ଅର୍ଥାତ୍ ଇସ୍ରାଏଲ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। *ସେଲା 14 ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ। 15 ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।[† ସାରାରାତ୍ରି ରହିବେ। କିମ୍ବା ଅସନ୍ତୋଷ ହେବେ ] 16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ। 17 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 59 / 150
×

Alert

×

Oriya Letters Keypad References