ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଙ୍କଟ ସମୟରେ ସହାୟତା ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, [QBR] କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ। [QBR]
2. ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; [QBR] ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି। [QBR]
3. ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; [QBR] ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ? [QBR]
4. ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; [QBR] ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର। [QBR]
5. କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; [QBR] ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ? [QBR]
6. ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; [QBR] ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, [QBR] ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ। [QBR]
7. ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; [QBR] ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। [QBR]
8. ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; [QBR] କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି। [QBR]
9. ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; [QBR] ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ। [QBR]
10. ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; [QBR] ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ। [PE]

Notes

No Verse Added

Total 150 Chapters, Current Chapter 6 of Total Chapters 150
ଗୀତସଂହିତା 6:104
1. {ସଙ୍କଟ ସମୟରେ ସହାୟତା ପାଇଁ ପ୍ରାର୍ଥନା} PS ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ,
କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
2. ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି;
ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3. ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି;
ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
4. ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର;
ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5. କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ଥାଏ;
ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ?
6. ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି;
ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ,
ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
7. ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ;
ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
8. ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ;
କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି।
9. ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି;
ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
10. ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଅତ୍ୟନ୍ତ ବ୍ୟାକୁଳ ହେବେ;
ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ। PE
Total 150 Chapters, Current Chapter 6 of Total Chapters 150
×

Alert

×

oriya Letters Keypad References