1. {#1ସଙ୍କଟ ସମୟରେ ସହାୟତା ପାଇଁ ପ୍ରାର୍ଥନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ୱରରେ ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, *[PE][QS]କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ। *[PE][QS]ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; [QE][QS]ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି। [QE]
3. [QS]ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; [QE][QS]ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ? [QE]
4. [QS]ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; [QE][QS]ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର। [QE]
5. [QS]କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; [QE][QS]ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ? [QE]
6. [QS]ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; [QE][QS]ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, [QE][QS]ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ। [QE]
7. [QS]ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; [QE][QS]ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। [QE]
8. [QS]ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; [QE][QS]କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି। [QE]
9. [QS]ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; [QE][QS]ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ। [QE]
10. [QS]ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; [QE][QS]ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ। [QE]