1. {ରକ୍ଷା ନିମନ୍ତେ ପ୍ରାର୍ଥନା} PS ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ;
ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର। |
2. ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ;
ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି। |
5. ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ,
ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ। |
6. ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ * ପବିତ୍ର ସ୍ଥାନରେ କିମ୍ବା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା;
ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା। |
8. ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର;
ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର। |
10. ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ?
ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। |