ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ରକ୍ଷା ନିମନ୍ତେ ପ୍ରାର୍ଥନା }[PS]*ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍‍-ଏଦୁତ୍‍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍‍; ଅରାମନହରୟିମ୍‍ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। *[PE][QS]ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; [QE][QS]ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର। [QE]
2. [QS]ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; [QE][QS]ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି। [QE]
3. [QS]ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; [QE][QS]ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ। [QE]
4. [QS]ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ [QE][QS]ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। [ସେଲା] [QE]
5. [QS]ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, [QE][QS]ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ। [QE]
6. [QS]ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ[* ପବିତ୍ର ସ୍ଥାନରେ କିମ୍ବା ପବିତ୍ରତାରେ ] କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; [QE][QS]ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍‍କୋତ ଉପତ୍ୟକାକୁ ମାପିବା। [QE]
7. [QS]ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; [QE][QS]ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; [QE][QS]ଯିହୁଦା ଆମ୍ଭର ରାଜଦଣ୍ଡ। [QE]
8. [QS]ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; [QE][QS]ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; [QE][QS]ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର। [QE]
9. [QS]କିଏ ମୋତେ ଦୃଢ଼ ନଗରକୁ ଆଣିବ ? [QE][QS]କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ ?” [QE]
10. [QS]ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? [QE][QS]ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। [QE]
11. [QS]ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; [QE][QS]କାରଣ ମନୁଷ୍ୟର ସାହାଯ୍ୟ ବୃଥା। [QE]
12. [QS]ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; [QE][QS]ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 60 / 150
ରକ୍ଷା ନିମନ୍ତେ ପ୍ରାର୍ଥନା 1 *ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍‍-ଏଦୁତ୍‍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍‍; ଅରାମନହରୟିମ୍‍ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। *ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର। 2 ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି। 3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ। 4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। *ସେଲା 5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ। 6 ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ* ପବିତ୍ର ସ୍ଥାନରେ କିମ୍ବା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍‍କୋତ ଉପତ୍ୟକାକୁ ମାପିବା। 7 ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ। 8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର। 9 କିଏ ମୋତେ ଦୃଢ଼ ନଗରକୁ ଆଣିବ ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ ?” 10 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। 11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା। 12 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 60 / 150
×

Alert

×

Oriya Letters Keypad References