ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ରକ୍ଷା ନିମନ୍ତେ ପ୍ରାର୍ଥନା} [PS] ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; [QBR] ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର। [QBR]
2. ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; [QBR] ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି। [QBR]
3. ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; [QBR] ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ। [QBR]
4. ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ [QBR] ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। [ସେଲା] [QBR]
5. ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, [QBR] ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ। [QBR]
6. ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ [* ପବିତ୍ର ସ୍ଥାନରେ କିମ୍ବା ପବିତ୍ରତାରେ] କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; [QBR] ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍‍କୋତ ଉପତ୍ୟକାକୁ ମାପିବା। [QBR]
7. ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; [QBR] ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; [QBR] ଯିହୁଦା ଆମ୍ଭର ରାଜଦଣ୍ଡ। [QBR]
8. ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; [QBR] ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; [QBR] ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର। [QBR]
9. କିଏ ମୋତେ ଦୃଢ଼ ନଗରକୁ ଆଣିବ ? [QBR] କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ ?” [QBR]
10. ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? [QBR] ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। [QBR]
11. ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; [QBR] କାରଣ ମନୁଷ୍ୟର ସାହାଯ୍ୟ ବୃଥା। [QBR]
12. ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; [QBR] ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 60 / 150
ଗୀତସଂହିତା 60:38
ରକ୍ଷା ନିମନ୍ତେ ପ୍ରାର୍ଥନା 1 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର। 2 ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି। 3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ। 4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। *ସେଲା 5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ। 6 ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ * ପବିତ୍ର ସ୍ଥାନରେ କିମ୍ବା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍‍କୋତ ଉପତ୍ୟକାକୁ ମାପିବା। 7 ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ। 8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର। 9 କିଏ ମୋତେ ଦୃଢ଼ ନଗରକୁ ଆଣିବ ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ ?” 10 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। 11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା। 12 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 60 / 150
Common Bible Languages
West Indian Languages
×

Alert

×

oriya Letters Keypad References