ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସୁରକ୍ଷା ପାଇଁ ପ୍ରାର୍ଥନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ। *[PE][PBR]ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; *[PE][QS]ମୋ’ ପ୍ରାର୍ଥନାରେ ମନୋଯୋଗ କର। *[PE][QS]ମୋ’ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; [QE][QS]ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ। [QE]
3. [QS]କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ ଓ [QE][QS]ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ। [QE]
4. [QS]ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; [QE][QS]ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି। [QE]
5. [QS]କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; [QE][QS]ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ। [QE]
6. [QS]ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; [QE][QS]ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ। [QE]
7. [QS]ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; [QE][QS]ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର। [QE]
8. [QS]ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି [QE][QS]ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 61 / 150
ସୁରକ୍ଷା ପାଇଁ ପ୍ରାର୍ଥନା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ। *ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; *ମୋ’ ପ୍ରାର୍ଥନାରେ ମନୋଯୋଗ କର। *ମୋ’ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ। 3 କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ। 4 ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି। 5 କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ। 6 ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ। 7 ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର। 8 ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 61 / 150
×

Alert

×

Oriya Letters Keypad References