ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ} [PS] ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; [QBR] ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ। [QBR]
2. କେବଳ ସେ ମୋହର ଶୈଳ ଓ ପରିତ୍ରାଣ; [QBR] ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି। [QBR]
3. ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ [QBR] ଜଣେ ମନୁଷ୍ୟକୁ ବଧ କରିବା ପାଇଁ [QBR] ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ? [QBR]
4. ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; [QBR] ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; [QBR] ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା] [QBR]
5. ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; [QBR] କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ। [QBR]
6. କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; [QBR] ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି। [QBR]
7. ମୋହର ପରିତ୍ରାଣ ଓ ମୋହର ଗୌରବ [QBR] ପରମେଶ୍ୱରଙ୍କଠାରେ ଅଛି; [QBR] ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି। [QBR]
8. ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; [QBR] ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; [QBR] ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା] [QBR]
9. ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; [QBR] ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ। [QBR]
10. ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; [QBR] ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ। [QBR]
11. ପରମେଶ୍ୱର ଥରେ କହିଅଛନ୍ତି, [QBR] ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, [QBR] ପରାକ୍ରମ ପରମେଶ୍ୱରଙ୍କର ଅଟଇ। [QBR]
12. ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; [QBR] କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 62 / 150
ଗୀତସଂହିତା 62:102
ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ 1 ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ। 2 କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି। 3 ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ? 4 ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। *ସେଲା 5 ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ। 6 କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି। 7 ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି। 8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। *ସେଲା 9 ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ। 10 ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ। 11 ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ। 12 ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 62 / 150
Common Bible Languages
West Indian Languages
×

Alert

×

oriya Letters Keypad References