ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ }[PS]*ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ। *[PE][QS]ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; [QE][QS]ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ। [QE]
2. [QS]କେବଳ ସେ ମୋହର ଶୈଳ ଓ ପରିତ୍ରାଣ; [QE][QS]ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି। [QE]
3. [QS]ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ [QE][QS]ଜଣେ ମନୁଷ୍ୟକୁ ବଧ କରିବା ପାଇଁ [QE][QS]ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ? [QE]
4. [QS]ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; [QE][QS]ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; [QE][QS]ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା] [QE]
5. [QS]ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; [QE][QS]କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ। [QE]
6. [QS]କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; [QE][QS]ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି। [QE]
7. [QS]ମୋହର ପରିତ୍ରାଣ ଓ ମୋହର ଗୌରବ [QE][QS]ପରମେଶ୍ୱରଙ୍କଠାରେ ଅଛି; [QE][QS]ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି। [QE]
8. [QS]ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; [QE][QS]ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; [QE][QS]ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା] [QE]
9. [QS]ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; [QE][QS]ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ। [QE]
10. [QS]ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; [QE][QS]ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ। [QE]
11. [QS]ପରମେଶ୍ୱର ଥରେ କହିଅଛନ୍ତି, [QE][QS]ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, [QE][QS]ପରାକ୍ରମ ପରମେଶ୍ୱରଙ୍କର ଅଟଇ। [QE]
12. [QS]ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; [QE][QS]କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 62 / 150
ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ 1 *ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ। *ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ। 2 କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି। 3 ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ? 4 ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। *ସେଲା 5 ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ। 6 କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି। 7 ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି। 8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। *ସେଲା 9 ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ। 10 ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ। 11 ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ। 12 ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 62 / 150
×

Alert

×

Oriya Letters Keypad References