ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ} [PS] ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; [QBR] ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ। [QBR]
2. କେବଳ ସେ ମୋହର ଶୈଳ ଓ ପରିତ୍ରାଣ; [QBR] ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି। [QBR]
3. ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ [QBR] ଜଣେ ମନୁଷ୍ୟକୁ ବଧ କରିବା ପାଇଁ [QBR] ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ? [QBR]
4. ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; [QBR] ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; [QBR] ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା] [QBR]
5. ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; [QBR] କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ। [QBR]
6. କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; [QBR] ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି। [QBR]
7. ମୋହର ପରିତ୍ରାଣ ଓ ମୋହର ଗୌରବ [QBR] ପରମେଶ୍ୱରଙ୍କଠାରେ ଅଛି; [QBR] ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି। [QBR]
8. ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; [QBR] ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; [QBR] ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା] [QBR]
9. ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; [QBR] ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ। [QBR]
10. ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; [QBR] ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ। [QBR]
11. ପରମେଶ୍ୱର ଥରେ କହିଅଛନ୍ତି, [QBR] ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, [QBR] ପରାକ୍ରମ ପରମେଶ୍ୱରଙ୍କର ଅଟଇ। [QBR]
12. ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; [QBR] କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ। [PE]

Notes

No Verse Added

Total 150 Chapters, Current Chapter 62 of Total Chapters 150
ଗୀତସଂହିତା 62:31
1. {ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ} PS ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ;
ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
2. କେବଳ ସେ ମୋହର ଶୈଳ ପରିତ୍ରାଣ;
ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
3. ନଇଁ ପଡ଼ିଥିବା କାନ୍ଥ ଟଳଟଳ ପ୍ରାଚୀର ତୁଲ୍ୟ
ଜଣେ ମନୁଷ୍ୟକୁ ବଧ କରିବା ପାଇଁ
ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ?
4. ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି;
ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ;
ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। ସେଲା
5. ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର;
କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
6. କେବଳ ସେ ମୋହର ଶୈଳ ମୋହର ପରିତ୍ରାଣ;
ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
7. ମୋହର ପରିତ୍ରାଣ ମୋହର ଗୌରବ
ପରମେଶ୍ୱରଙ୍କଠାରେ ଅଛି;
ମୋ’ ବଳର ଶୈଳ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।
8. ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର;
ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ;
ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା
9. ନିଶ୍ଚୟ ସାମାନ୍ୟ ଲୋକେ ଅସାର ମାନ୍ୟ ଲୋକେ ମିଥ୍ୟା;
ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
10. ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଅପହରଣରେ ଦର୍ପୀ ହୁଅ ନାହିଁ;
ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
11. ପରମେଶ୍ୱର ଥରେ କହିଅଛନ୍ତି,
ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ,
ପରାକ୍ରମ ପରମେଶ୍ୱରଙ୍କର ଅଟଇ।
12. ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ;
କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ। PE
Total 150 Chapters, Current Chapter 62 of Total Chapters 150
×

Alert

×

oriya Letters Keypad References