1. {ପରମେଶ୍ୱରଙ୍କ ସାନ୍ନିଧ୍ୟ ପାଇଁ ବ୍ୟାକୁଳତା} [PS] ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; [QBR] ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; [QBR] ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ [QBR] ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା [QBR] କରେ। [QBR]
2. ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ [QBR] ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି। [QBR]
3. କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; [QBR] ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ। [QBR]
4. ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; [QBR] ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; [QBR]
5. ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ [QBR] ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ। [QBR]
6. ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ [QBR] ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ। [QBR]
7. କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, [QBR] ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି। [QBR]
8. ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; [QBR] ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ। [QBR]
9. ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି, [QBR] ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ। [QBR]
10. ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; [QBR] ସେମାନେ ଶୃଗାଳର ଖାଦ୍ୟ ହେବେ। [QBR]
11. ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; [QBR] ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; [QBR] କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ। [PE]