1. {ସୁରକ୍ଷା ପାଇଁ ପ୍ରାର୍ଥନା} PS ହେ ପରମେଶ୍ୱର, ମୋ’ କାକୂକ୍ତିର ରବ ଶ୍ରବଣ କର;
ଶତ୍ରୁ ଭୟରୁ ମୋ’ ଜୀବନ ରକ୍ଷା କର। |
4. ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି;
ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ। |
5. ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି;
ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ * ଆମ୍ଭମାନଙ୍କୁ ସେମାନଙ୍କୁ କିଏ ଦେଖିବ ?” |
6. ସେମାନେ ଅଧର୍ମ କଳ୍ପନା କରନ୍ତି;
“ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର। |
8. ଏହିରୂପେ ସେମାନେ ନିପାତିତ ହେବେ,
ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ; |
9. ପୁଣି, ସକଳ ମନୁଷ୍ୟ ଭୟ କରିବେ,
ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ। |
10. ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ
ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ। PE |