ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସୁରକ୍ଷା ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ମୋ’ କାକୂକ୍ତିର ରବ ଶ୍ରବଣ କର; [QBR] ଶତ୍ରୁ ଭୟରୁ ମୋ’ ଜୀବନ ରକ୍ଷା କର। [QBR]
2. କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, [QBR] ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ; [QBR]
3. ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି [QBR]
4. ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; [QBR] ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; [QBR] ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ। [QBR]
5. ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; [QBR] ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; [QBR] ସେମାନେ କହନ୍ତି, “ଆମ୍ଭମାନଙ୍କୁ [* ଆମ୍ଭମାନଙ୍କୁ ସେମାନଙ୍କୁ ] କିଏ ଦେଖିବ ?” [QBR]
6. ସେମାନେ ଅଧର୍ମ କଳ୍ପନା କରନ୍ତି; [QBR] “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; [QBR] ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର। [QBR]
7. ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; [QBR] ସେଥିରେ ସେମାନେ ହଠାତ୍‍ ଆହତ ହେବେ। [QBR]
8. ଏହିରୂପେ ସେମାନେ ନିପାତିତ ହେବେ, [QBR] ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; [QBR] ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ; [QBR]
9. ପୁଣି, ସକଳ ମନୁଷ୍ୟ ଭୟ କରିବେ, [QBR] ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ [QBR] ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ। [QBR]
10. ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ [QBR] ଓ ତାହାଙ୍କର ଶରଣାଗତ ହେବ। [QBR] ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 64 / 150
ଗୀତସଂହିତା 64:68
ସୁରକ୍ଷା ପାଇଁ ପ୍ରାର୍ଥନା 1 ହେ ପରମେଶ୍ୱର, ମୋ’ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋ’ ଜୀବନ ରକ୍ଷା କର। 2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ; 3 ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି 4 ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ। 5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ * ଆମ୍ଭମାନଙ୍କୁ ସେମାନଙ୍କୁ କିଏ ଦେଖିବ ?” 6 ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର। 7 ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍‍ ଆହତ ହେବେ। 8 ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ; 9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ। 10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 64 / 150
Common Bible Languages
West Indian Languages
×

Alert

×

oriya Letters Keypad References