ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ପ୍ରଶଂସା ଓ ଧନ୍ୟବାଦ } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ। *[PE][PBR]ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ *[PE][QS]ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ। *[PE][QS]ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, [QE][QS]ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ। [QE]
3. [QS]ଅପରାଧ ମୋ’ ଉପରେ ପ୍ରବଳ ହୁଏ; [QE][QS]ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ। [QE]
4. [QS]ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; [QE][QS]ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, [QE][QS]ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା। [QE]
5. [QS]ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, [QE][QS]ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; [QE][QS]ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ [QE][QS]ସମସ୍ତଙ୍କର ବିଶ୍ୱାସଭୂମି ଅଟ। [QE]
6. [QS]ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ [QE][QS]ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ; [QE]
7. [QS]ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର [QE][QS]ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ। [QE]
8. [QS]ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; [QE][QS]ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍‍ଗମକୁ ଆନନ୍ଦମୟ କରିଥାଅ। [QE]
9. [QS]ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, [QE][QS]ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; [QE][QS]ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; [QE][QS]ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ। [QE]
10. [QS]ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; [QE][QS]ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; [QE][QS]ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; [QE][QS]ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ; [QE]
11. [QS]ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ [QE][QS]ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ। [QE]
12. [QS]ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ [QE][QS]ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି। [QE]
13. [QS]ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; [QE][QS]ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; [QE][QS]ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 65 / 150
ପ୍ରଶଂସା ଓ ଧନ୍ୟବାଦ 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ। *ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ *ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ। *ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ। 3 ଅପରାଧ ମୋ’ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ। 4 ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା। 5 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ। 6 ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ; 7 ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ। 8 ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍‍ଗମକୁ ଆନନ୍ଦମୟ କରିଥାଅ। 9 ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ। 10 ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ; 11 ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ। 12 ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି। 13 ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 65 / 150
×

Alert

×

Oriya Letters Keypad References