ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପ୍ରଶଂସା ଓ ଧନ୍ୟବାଦ} [PS] ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ [QBR] ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ। [QBR]
2. ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, [QBR] ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ। [QBR]
3. ଅପରାଧ ମୋ’ ଉପରେ ପ୍ରବଳ ହୁଏ; [QBR] ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ। [QBR]
4. ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; [QBR] ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, [QBR] ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା। [QBR]
5. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, [QBR] ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; [QBR] ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ [QBR] ସମସ୍ତଙ୍କର ବିଶ୍ୱାସଭୂମି ଅଟ। [QBR]
6. ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ [QBR] ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ; [QBR]
7. ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର [QBR] ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ। [QBR]
8. ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; [QBR] ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍‍ଗମକୁ ଆନନ୍ଦମୟ କରିଥାଅ। [QBR]
9. ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, [QBR] ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; [QBR] ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; [QBR] ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ। [QBR]
10. ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; [QBR] ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; [QBR] ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; [QBR] ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ; [QBR]
11. ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ [QBR] ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ। [QBR]
12. ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ [QBR] ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି। [QBR]
13. ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; [QBR] ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; [QBR] ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି। [PE]

Notes

No Verse Added

Total 150 Chapters, Current Chapter 65 of Total Chapters 150
ଗୀତସଂହିତା 65:5
1. {ପ୍ରଶଂସା ଧନ୍ୟବାଦ} PS ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ
ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ।
2. ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ,
ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।
3. ଅପରାଧ ମୋ’ ଉପରେ ପ୍ରବଳ ହୁଏ;
ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
4. ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ;
ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍,
ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
5. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର,
ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ;
ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଦୂରବର୍ତ୍ତୀ ସମୁଦ୍ରବାସୀ
ସମସ୍ତଙ୍କର ବିଶ୍ୱାସଭୂମି ଅଟ।
6. ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ
ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
7. ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର
ଗର୍ଜ୍ଜନ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ।
8. ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି;
ତୁମ୍ଭେ ସନ୍ଧ୍ୟାକାଳ ପ୍ରାତଃକାଳର ଉଦ୍‍ଗମକୁ ଆନନ୍ଦମୟ କରିଥାଅ।
9. ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ,
ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ;
ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ;
ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।
10. ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ;
ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ;
ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ;
ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
11. ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ
ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।
12. ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ
ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।
13. ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି;
ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି;
ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି। PE
Total 150 Chapters, Current Chapter 65 of Total Chapters 150
×

Alert

×

oriya Letters Keypad References