1. {ପ୍ରଶଂସା ଓ ଧନ୍ୟବାଦ} PS ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ
ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ। |
4. ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ;
ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା। |
5. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର,
ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ। |
8. ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି;
ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ। |
9. ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ,
ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ। |
10. ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ;
ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ; |
13. ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି;
ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି। PE |