1. {ପ୍ରଶଂସା ଓ ଧନ୍ୟବାଦର ଗୀତ} [PS] ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। [QBR]
2. ତାହାଙ୍କ ନାମର ମହିମା କୀର୍ତ୍ତନ କର; [QBR] ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର। [QBR]
3. ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! [QBR] ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।” [QBR]
4. ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ [QBR] ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; [QBR] ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ। [QBR]
5. ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; [QBR] ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି। [QBR]
6. ସେ ସମୁଦ୍ରକୁ ଶୁଷ୍କଭୂମି କଲେ; [QBR] ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; [QBR] ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ। [QBR]
7. ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; [QBR] ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; [QBR] ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା] [QBR]
8. ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର [QBR] ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ; [QBR]
9. ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି [QBR] ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ। [QBR]
10. କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; [QBR] ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ। [QBR]
11. ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, [QBR] ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ। [QBR]
12. ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; [QBR] ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; [QBR] ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ। [QBR]
13. ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, [QBR] ମୁଁ ସଙ୍କଟରେ ଥିଲା ବେଳେ [QBR]
14. ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ [QBR] ମୋ’ ମୁଖ ଯାହା କହିଅଛି, [QBR] ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି। [QBR]
15. ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ [QBR] ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; [QBR] ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। [ସେଲା] [QBR]
16. ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, [QBR] ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି। [QBR]
17. ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି [QBR] ଓ ମୋ’ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ। [QBR]
18. ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, [QBR] ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ; [QBR]
19. ମାତ୍ର ନିଶ୍ଚୟ ପରମେଶ୍ୱର ମୋ’ କଥା ଶୁଣିଅଛନ୍ତି, [QBR] ସେ ମୋ’ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି। [QBR]
20. ପରମେଶ୍ୱର ଧନ୍ୟ ହେଉନ୍ତୁ, [QBR] ସେ ମୋହର ପ୍ରାର୍ଥନା କିଅବା [QBR] ମୋ’ଠାରୁ ଆପଣା ଦୟା ଦୂର କରି ନାହାନ୍ତି। [PE]