1. {#1ପ୍ରଶଂସା ଓ ଧନ୍ୟବାଦର ଗୀତ } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। *[PE][PBR]ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। *[PE][QS]ତାହାଙ୍କ ନାମର ମହିମା କୀର୍ତ୍ତନ କର; [QE][QS]ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର। [QE]
3. [QS]ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! [QE][QS]ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।” [QE]
4. [QS]ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ [QE][QS]ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; [QE][QS]ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ। [QE]
5. [QS]ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; [QE][QS]ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି। [QE]
6. [QS]ସେ ସମୁଦ୍ରକୁ ଶୁଷ୍କଭୂମି କଲେ; [QE][QS]ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; [QE][QS]ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ। [QE]
7. [QS]ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; [QE][QS]ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; [QE][QS]ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା] [QE]
8. [QS]ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର [QE][QS]ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ; [QE]
9. [QS]ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି [QE][QS]ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ। [QE]
10. [QS]କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; [QE][QS]ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ। [QE]
11. [QS]ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, [QE][QS]ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ। [QE]
12. [QS]ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; [QE][QS]ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; [QE][QS]ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ। [QE]
13. [QS]ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, [QE][QS]ମୁଁ ସଙ୍କଟରେ ଥିଲା ବେଳେ [QE]
14. [QS]ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ [QE][QS]ମୋ’ ମୁଖ ଯାହା କହିଅଛି, [QE][QS]ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି। [QE]
15. [QS]ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ [QE][QS]ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; [QE][QS]ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। [ସେଲା] [QE]
16. [QS]ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, [QE][QS]ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି। [QE]
17. [QS]ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି [QE][QS]ଓ ମୋ’ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ। [QE]
18. [QS]ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, [QE][QS]ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ; [QE]
19. [QS]ମାତ୍ର ନିଶ୍ଚୟ ପରମେଶ୍ୱର ମୋ’ କଥା ଶୁଣିଅଛନ୍ତି, [QE][QS]ସେ ମୋ’ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି। [QE]
20. [QS]ପରମେଶ୍ୱର ଧନ୍ୟ ହେଉନ୍ତୁ, [QE][QS]ସେ ମୋହର ପ୍ରାର୍ଥନା କିଅବା [QE][QS]ମୋ’ଠାରୁ ଆପଣା ଦୟା ଦୂର କରି ନାହାନ୍ତି। [QE]