1. {ଧନ୍ୟବାଦର ଗୀତ} [PS] ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ [QBR] ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା] [QBR]
2. ତହିଁରେ ପୃଥିବୀରେ ତୁମ୍ଭର ପଥ ଓ [QBR] ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ। [QBR]
3. ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; [QBR] ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। [QBR]
4. ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; [QBR] କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ [QBR] ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା] [QBR]
5. ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; [QBR] ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। [QBR]
6. ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; [QBR] ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। [QBR]
7. ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; [QBR] ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ। [PE]