1. {ଜାତୀୟ ବିଜୟ ସଙ୍ଗୀତ} [PS] ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; [QBR] ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ। [QBR]
2. ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; [QBR] ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, [QBR] ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ। [QBR]
3. ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; [QBR] ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ। [QBR]
4. ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; [QBR] ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; [QBR] ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର। [QBR]
5. ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ [QBR] ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା [* ସୁରକ୍ଷାକର୍ତ୍ତା ବିଚାରକର୍ତ୍ତା] ଅଟନ୍ତି। [QBR]
6. ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; [QBR] ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; [QBR] ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି। [QBR]
7. ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, [QBR] ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା] [QBR]
8. ପୃଥିବୀ କମ୍ପିଲା, [QBR] ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; [QBR] ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା। [QBR]
9. ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, [QBR] ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ। [QBR]
10. ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; [QBR] ହେ ପରମେଶ୍ୱର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀମାନଙ୍କ ପାଇଁ ଆୟୋଜନ କଲ। [QBR]
11. ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; [QBR] ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି। [QBR]
12. ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, [QBR] ସେମାନେ ପଳାୟନ କରନ୍ତି; [QBR] ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ। [QBR]
13. ଯେଉଁ କପୋତର ହରିତ୍ ସୁବର୍ଣ୍ଣ-ମଣ୍ଡିତ ଡେଣା, [QBR] ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି [QBR] ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ ? [QBR]
14. ସଲମୋନ୍ରେ ହିମପାତ ବେଳେ ଯେପରି, [QBR] ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା। [QBR]
15. ବାଶନର ପର୍ବତ ପରମେଶ୍ୱରଙ୍କ ପର୍ବତ; [QBR] ବାଶନର ପର୍ବତ ଏକ ଉଚ୍ଚ ପର୍ବତ। [QBR]
16. ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, [QBR] ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? [QBR] ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ। [QBR]
17. ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; [QBR] ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି। [QBR]
18. ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; [QBR] ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, [QBR] ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, [QBR] ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ। [QBR]
19. ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; [QBR] ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। [ସେଲା] [QBR]
20. ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; [QBR] ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ। [QBR]
21. ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ [QBR] ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ। [QBR]
22. ପ୍ରଭୁ କହିଲେ, “ଆମ୍ଭେ ବାଶନରୁ ପୁନର୍ବାର ଆଣିବା, [QBR] ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା; [QBR]
23. ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, [QBR] ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।” [QBR]
24. ହେ ପରମେଶ୍ୱର, ଲୋକମାନେ ତୁମ୍ଭର ଗତି, [QBR] ଅର୍ଥାତ୍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ୱର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି। [QBR]
25. ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, [QBR] ବାଦ୍ୟକରମାନେ ପଛେ ପଛେ ଗମନ କଲେ। [QBR]
26. ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର ଧନ୍ୟବାଦ କର, [QBR] ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR]
27. କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, [QBR] ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, [QBR] ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି। [QBR]
28. ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; [QBR] ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ। [QBR]
29. ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ [QBR] ରାଜାଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ। [QBR]
30. ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ [QBR] ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି [QBR] ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; [QBR] ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି। [QBR]
31. ମିସର ଦେଶରୁ ଅଧିପତିମାନେ ଆସିବେ; [QBR] କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ। [QBR]
32. ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; [QBR] ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [ସେଲା] [QBR]
33. ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; [QBR] ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି। [QBR]
34. ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; [QBR] ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ [QBR] ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି। [QBR]
35. ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; [QBR] ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। [QBR] ପରମେଶ୍ୱର ଧନ୍ୟ ହେଉନ୍ତୁ। [PE]