1. {ଜାତୀୟ ବିଜୟ ସଙ୍ଗୀତ} PS ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ;
ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ। |
2. ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ;
ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ। |
3. ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ;
ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ। |
4. ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର;
ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର। |
5. ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ
ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା * ସୁରକ୍ଷାକର୍ତ୍ତା ବିଚାରକର୍ତ୍ତା ଅଟନ୍ତି। |
6. ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି;
ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି। |
8. ପୃଥିବୀ କମ୍ପିଲା,
ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା। |
12. ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି,
ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ। |
13. ଯେଉଁ କପୋତର ହରିତ୍ ସୁବର୍ଣ୍ଣ-ମଣ୍ଡିତ ଡେଣା,
ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ ? |
16. ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି,
ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ। |
17. ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ;
ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି। |
18. ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ;
ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ। |
19. ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ;
ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। ସେଲା |
20. ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି;
ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ। |
21. ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ
ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ। |
24. ହେ ପରମେଶ୍ୱର, ଲୋକମାନେ ତୁମ୍ଭର ଗତି,
ଅର୍ଥାତ୍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ୱର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି। |
26. ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର ଧନ୍ୟବାଦ କର,
ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। |
27. କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା,
ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି। |
28. ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି;
ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ। |
30. ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ
ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି। |
32. ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର;
ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ସେଲା |
33. ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର;
ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି। |
34. ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର;
ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି। |
35. ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ;
ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ। PE |