1. {ସାହାଯ୍ୟ ପାଇଁ ଆତୁର ନିବେଦନ} [PS] ହେ ପରମେଶ୍ୱର, ମୋତେ ପରିତ୍ରାଣ କର; [QBR] କାରଣ ମୋ’ ବେକ [* ବେକ କିମ୍ବା ପ୍ରାଣ] ପର୍ଯ୍ୟନ୍ତ ଜଳରାଶି ଆସିଅଛି। [QBR]
2. ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; [QBR] ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋ’ ଉପର ଦେଇ ଯାଉଅଛି। [QBR]
3. ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; [QBR] ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ। [QBR]
4. ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ’ ମସ୍ତକର କେଶଠାରୁ ଅନେକ; [QBR] ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; [QBR] ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି। [QBR]
5. ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; [QBR] ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ। [QBR]
6. ହେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଅନୁସରଣକାରୀମାନେ ମୋ’ ଦେଇ ଲଜ୍ଜିତ ନ ହେଉନ୍ତୁ; [QBR] ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋ’ ଦେଇ ଅପମାନିତ ନ ହେଉନ୍ତୁ। [QBR]
7. କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। [QBR] ଲଜ୍ଜା ମୋ’ ମୁଖ ଆଚ୍ଛାଦନ କରିଅଛି। [QBR]
8. ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ [QBR] ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି। [QBR]
9. କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। [QBR] ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି। [QBR]
10. ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, [QBR] ତାହା ମୋ’ ନିନ୍ଦାର ବିଷୟ ହେଲା। [QBR]
11. ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, [QBR] ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି। [QBR]
12. ନଗର-ଦ୍ୱାରରେ ବସିବା ଲୋକମାନେ ମୋ’ ବିଷୟରେ ଗଳ୍ପ କରନ୍ତି [QBR] ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି। [QBR]
13. ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; [QBR] ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ। [QBR]
14. ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; [QBR] ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ। [QBR]
15. ଜଳପ୍ଲାବନ ମୋତେ ମଗ୍ନ ନ କରୁ, [QBR] କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; [QBR] ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ। [QBR]
16. ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ [QBR] ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; [QBR] ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର। [QBR]
17. ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; [QBR] କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ। [QBR]
18. ମୋ’ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; [QBR] ମୋ’ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର। [QBR]
19. ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; [QBR] ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି। [QBR]
20. ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; [QBR] ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା [QBR] ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ। [QBR]
21. ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ [QBR] ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ। [QBR]
22. ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ [QBR] ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ। [QBR]
23. ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ [QBR] ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର। [QBR]
24. ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ [QBR] ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ। [QBR]
25. ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; [QBR] ସେମାନଙ୍କ ତମ୍ବୁରେ କେହି ବାସ ନ କରୁ। [QBR]
26. କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି [QBR] ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି। [QBR]
27. ସେମାନଙ୍କ ଅପରାଧରେ ଅପରାଧ ଯୋଗ କର [QBR] ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ। [QBR]
28. ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ [QBR] ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ। [QBR]
29. ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; [QBR] ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ। [QBR]
30. ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି [QBR] ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି। [QBR]
31. ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ [QBR] ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ। [QBR]
32. ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; [QBR] ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ। [QBR]
33. କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି [QBR] ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ। [QBR]
34. ଆକାଶ ଓ ପୃଥିବୀ, [QBR] ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ। [QBR]
35. କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; [QBR] ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ। [QBR]
36. ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; [QBR] ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ। [PE]