ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସାହାଯ୍ୟ ପାଇଁ ଆତୁର ନିବେଦନ } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ ଦାଉଦଙ୍କର ଗୀତ। *[PE][PBR]ହେ ପରମେଶ୍ୱର, ମୋତେ ପରିତ୍ରାଣ କର; *[PE][QS]କାରଣ ମୋ’ ବେକ[* ବେକ କିମ୍ବା ପ୍ରାଣ ] ପର୍ଯ୍ୟନ୍ତ ଜଳରାଶି ଆସିଅଛି। *[PE][QS]ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; [QE][QS]ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋ’ ଉପର ଦେଇ ଯାଉଅଛି। [QE]
3. [QS]ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; [QE][QS]ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ। [QE]
4. [QS]ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ’ ମସ୍ତକର କେଶଠାରୁ ଅନେକ; [QE][QS]ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; [QE][QS]ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି। [QE]
5. [QS]ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; [QE][QS]ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ। [QE]
6. [QS]ହେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଅନୁସରଣକାରୀମାନେ ମୋ’ ଦେଇ ଲଜ୍ଜିତ ନ ହେଉନ୍ତୁ; [QE][QS]ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋ’ ଦେଇ ଅପମାନିତ ନ ହେଉନ୍ତୁ। [QE]
7. [QS]କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। [QE][QS]ଲଜ୍ଜା ମୋ’ ମୁଖ ଆଚ୍ଛାଦନ କରିଅଛି। [QE]
8. [QS]ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ [QE][QS]ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି। [QE]
9. [QS]କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। [QE][QS]ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି। [QE]
10. [QS]ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, [QE][QS]ତାହା ମୋ’ ନିନ୍ଦାର ବିଷୟ ହେଲା। [QE]
11. [QS]ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, [QE][QS]ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି। [QE]
12. [QS]ନଗର-ଦ୍ୱାରରେ ବସିବା ଲୋକମାନେ ମୋ’ ବିଷୟରେ ଗଳ୍ପ କରନ୍ତି [QE][QS]ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି। [QE]
13. [QS]ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; [QE][QS]ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ। [QE]
14. [QS]ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; [QE][QS]ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ। [QE]
15. [QS]ଜଳପ୍ଲାବନ ମୋତେ ମଗ୍ନ ନ କରୁ, [QE][QS]କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; [QE][QS]ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ। [QE]
16. [QS]ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ [QE][QS]ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; [QE][QS]ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର। [QE]
17. [QS]ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; [QE][QS]କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ। [QE]
18. [QS]ମୋ’ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; [QE][QS]ମୋ’ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର। [QE]
19. [QS]ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; [QE][QS]ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି। [QE]
20. [QS]ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; [QE][QS]ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା [QE][QS]ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ। [QE]
21. [QS]ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ [QE][QS]ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ। [QE]
22. [QS]ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ [QE][QS]ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ। [QE]
23. [QS]ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ [QE][QS]ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର। [QE]
24. [QS]ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ [QE][QS]ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ। [QE]
25. [QS]ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; [QE][QS]ସେମାନଙ୍କ ତମ୍ବୁରେ କେହି ବାସ ନ କରୁ। [QE]
26. [QS]କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି [QE][QS]ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି। [QE]
27. [QS]ସେମାନଙ୍କ ଅପରାଧରେ ଅପରାଧ ଯୋଗ କର [QE][QS]ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ। [QE]
28. [QS]ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ [QE][QS]ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ। [QE]
29. [QS]ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; [QE][QS]ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ। [QE]
30. [QS]ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି [QE][QS]ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି। [QE]
31. [QS]ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ [QE][QS]ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ। [QE]
32. [QS]ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; [QE][QS]ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ। [QE]
33. [QS]କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି [QE][QS]ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ। [QE]
34. [QS]ଆକାଶ ଓ ପୃଥିବୀ, [QE][QS]ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ। [QE]
35. [QS]କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; [QE][QS]ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ। [QE]
36. [QS]ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; [QE][QS]ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 69 / 150
ସାହାଯ୍ୟ ପାଇଁ ଆତୁର ନିବେଦନ 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ ଦାଉଦଙ୍କର ଗୀତ। *ହେ ପରମେଶ୍ୱର, ମୋତେ ପରିତ୍ରାଣ କର; *କାରଣ ମୋ’ ବେକ* ବେକ କିମ୍ବା ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି। *ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋ’ ଉପର ଦେଇ ଯାଉଅଛି। 3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ। 4 ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ’ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି। 5 ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ। 6 ହେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଅନୁସରଣକାରୀମାନେ ମୋ’ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋ’ ଦେଇ ଅପମାନିତ ନ ହେଉନ୍ତୁ। 7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋ’ ମୁଖ ଆଚ୍ଛାଦନ କରିଅଛି। 8 ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି। 9 କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି। 10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋ’ ନିନ୍ଦାର ବିଷୟ ହେଲା। 11 ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି। 12 ନଗର-ଦ୍ୱାରରେ ବସିବା ଲୋକମାନେ ମୋ’ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି। 13 ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ। 14 ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ। 15 ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ। 16 ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର। 17 ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ। 18 ମୋ’ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋ’ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର। 19 ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି। 20 ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ। 21 ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ। 22 ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ। 23 ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର। 24 ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ। 25 ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ। 26 କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି। 27 ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ। 28 ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ। 29 ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ। 30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି। 31 ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ। 32 ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ। 33 କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ। 34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ। 35 କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ। 36 ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 69 / 150
×

Alert

×

Oriya Letters Keypad References