1. {ସାହାଯ୍ୟ ପାଇଁ ଆତୁର ନିବେଦନ} PS ହେ ପରମେଶ୍ୱର, ମୋତେ ପରିତ୍ରାଣ କର;
କାରଣ ମୋ’ ବେକ * ବେକ କିମ୍ବା ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି। |
2. ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ;
ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋ’ ଉପର ଦେଇ ଯାଉଅଛି। |
3. ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି;
ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ। |
4. ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ’ ମସ୍ତକର କେଶଠାରୁ ଅନେକ;
ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି। |
6. ହେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଅନୁସରଣକାରୀମାନେ ମୋ’ ଦେଇ ଲଜ୍ଜିତ ନ ହେଉନ୍ତୁ;
ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋ’ ଦେଇ ଅପମାନିତ ନ ହେଉନ୍ତୁ। |
9. କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି।
ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି। |
13. ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି;
ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ। |
14. ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ;
ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ। |
15. ଜଳପ୍ଲାବନ ମୋତେ ମଗ୍ନ ନ କରୁ,
କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ। |
16. ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର। |
20. ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି;
ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ। |
21. ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ
ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ। |
22. ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ
ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ। |
23. ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ
ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର। |
26. କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି
ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି। |
32. ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି;
ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ। |
35. କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ;
ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ। |
36. ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ;
ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ। PE |