1. {ନ୍ୟାୟ ପାଇଁ ପ୍ରାର୍ଥନା} PS ହେ ସଦାପ୍ରଭୁ ମୋ’ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି;
ମୋ’ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର, |
4. ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ;
(ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;) |
5. ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ;
ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋ’ ଗୌରବକୁ ଧୂଳିସାତ୍ କରୁ। ସେଲା |
6. ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ,
ମୋ’ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ’ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର। |
8. ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି;
ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। |
9. ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର;
କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। |
13. ସେ ମଧ୍ୟ ତାହା ପାଇଁ ମୃତ୍ୟୁୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି;
ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି। |
17. ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି
ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି। PE |