ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ନ୍ୟାୟ ପାଇଁ ପ୍ରାର୍ଥନା }[PS]*ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ। *[PE][QS]ହେ ସଦାପ୍ରଭୁ ମୋ’ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; [QE][QS]ମୋ’ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର, [QE]
2. [QS]ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି [QE][QS]ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ। [QE]
3. [QS]ହେ ସଦାପ୍ରଭୁ ମୋହର ପରମେଶ୍ୱର, ଯଦି ମୁଁ [QE][QS]ଏହା କରିଥାଏ, ଯଦି ମୋ’ ହସ୍ତରେ ଅଧର୍ମ ଥାଏ; [QE]
4. [QS]ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; [QE][QS](ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;) [QE]
5. [QS]ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; [QE][QS]ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, [QE][QS]ପୁଣି, ମୋ’ ଗୌରବକୁ ଧୂଳିସାତ୍‍ କରୁ। [QE][QS][ସେଲା] [QE]
6. [QS]ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, [QE][QS]ମୋ’ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ [QE][QS]ମୋ’ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର। [QE]
7. [QS]ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; [QE][QS]ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର। [QE]
8. [QS]ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; [QE][QS]ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। [QE]
9. [QS]ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; [QE][QS]କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। [QE]
10. [QS]ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, [QE][QS]ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। [QE]
11. [QS]ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, [QE][QS]ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର। [QE]
12. [QS]ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ [QE][QS]ସେ ଆପଣା ଖଡ୍ଗ ଶାଣିତ କରିବେ; [QE][QS]ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି। [QE]
13. [QS]ସେ ମଧ୍ୟ ତାହା ପାଇଁ ମୃତ୍ୟୁୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; [QE][QS]ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି। [QE]
14. [QS]ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; [QE][QS]ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା। [QE]
15. [QS]ସେ କୂପ ଖୋଳି ଗଭୀର କରିଅଛି, ପୁଣି, [QE][QS]ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି। [QE]
16. [QS]ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ [QE][QS]ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ। [QE]
17. [QS]ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି [QE][QS]ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 150
ନ୍ୟାୟ ପାଇଁ ପ୍ରାର୍ଥନା 1 *ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ। *ହେ ସଦାପ୍ରଭୁ ମୋ’ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋ’ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର, 2 ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ। 3 ହେ ସଦାପ୍ରଭୁ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋ’ ହସ୍ତରେ ଅଧର୍ମ ଥାଏ; 4 ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;) 5 ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋ’ ଗୌରବକୁ ଧୂଳିସାତ୍‍ କରୁ। *ସେଲା 6 ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ’ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ’ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର। 7 ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର। 8 ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। 9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। 10 ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। 11 ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର। 12 ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି। 13 ସେ ମଧ୍ୟ ତାହା ପାଇଁ ମୃତ୍ୟୁୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି। 14 ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା। 15 ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି। 16 ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ। 17 ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 150
×

Alert

×

Oriya Letters Keypad References