1. {#1ଜଣେ ବୃଦ୍ଧର ପ୍ରାର୍ଥନା } [QS]ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; [QE][QS]ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ। [QE]
2. [QS]ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; [QE][QS]ମୋ’ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର। [QE]
3. [QS]ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ’ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; [QE][QS]ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; [QE][QS]କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ। [QE]
4. [QS]ହେ ମୋହର ପରମେଶ୍ୱର, ଦୁଷ୍ଟଲୋକ ହସ୍ତରୁ, [QE][QS]ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର। [QE]
5. [QS]କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ମୋହର ଭରସା; [QE][QS]ମୋ’ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି। [QE]
6. [QS]ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; [QE][QS]ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; [QE][QS]ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ। [QE]
7. [QS]ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; [QE][QS]ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ। [QE]
8. [QS]ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ [QE][QS]ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ। [QE]
9. [QS]ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; [QE][QS]ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ। [QE]
10. [QS]କାରଣ ମୋହର ଶତ୍ରୁଗଣ ମୋ’ ବିଷୟରେ କଥା କହନ୍ତି [QE][QS]ଓ ମୋ’ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ, [QE]
11. [QS]“ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ [QE][QS]ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।” [QE]
12. [QS]ହେ ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; [QE][QS]ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ। [QE]
13. [QS]ମୋ’ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; [QE][QS]ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ। [QE]
14. [QS]ମାତ୍ର ମୁଁ ନିରନ୍ତର ଭରସା କରିବି, [QE][QS]ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି। [QE]
15. [QS]ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ [QE][QS]ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; [QE][QS]କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ। [QE]
16. [QS]ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। [QE][QS]ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି। [QE]
17. [QS]ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; [QE][QS]ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି। [QE]
18. [QS]ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, [QE][QS]ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, [QE][QS]ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ। [QE]
19. [QS]ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, [QE][QS]ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ? [QE]
20. [QS]ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, [QE][QS]ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ [QE][QS]ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ। [QE]
21. [QS]ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ [QE][QS]ଫେରି ମୋତେ ସାନ୍ତ୍ୱନା ଦିଅ। [QE]
22. [QS]ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, [QE][QS]ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; [QE][QS]ହେ ଇସ୍ରାଏଲର ଧର୍ମସ୍ୱରୂପ, [QE][QS]ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। [QE]
23. [QS]ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର [QE][QS]ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ। [QE]
24. [QS]ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; [QE][QS]କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି। [QE]