1. {ଜଣେ ବୃଦ୍ଧର ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; [QBR] ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ। [QBR]
2. ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; [QBR] ମୋ’ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର। [QBR]
3. ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ’ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; [QBR] ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; [QBR] କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ। [QBR]
4. ହେ ମୋହର ପରମେଶ୍ୱର, ଦୁଷ୍ଟଲୋକ ହସ୍ତରୁ, [QBR] ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର। [QBR]
5. କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ମୋହର ଭରସା; [QBR] ମୋ’ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି। [QBR]
6. ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; [QBR] ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; [QBR] ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ। [QBR]
7. ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; [QBR] ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ। [QBR]
8. ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ [QBR] ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ। [QBR]
9. ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; [QBR] ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ। [QBR]
10. କାରଣ ମୋହର ଶତ୍ରୁଗଣ ମୋ’ ବିଷୟରେ କଥା କହନ୍ତି [QBR] ଓ ମୋ’ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ, [QBR]
11. “ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ [QBR] ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।” [QBR]
12. ହେ ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; [QBR] ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ। [QBR]
13. ମୋ’ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; [QBR] ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ। [QBR]
14. ମାତ୍ର ମୁଁ ନିରନ୍ତର ଭରସା କରିବି, [QBR] ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି। [QBR]
15. ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ [QBR] ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; [QBR] କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ। [QBR]
16. ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। [QBR] ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି। [QBR]
17. ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; [QBR] ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି। [QBR]
18. ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, [QBR] ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, [QBR] ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ। [QBR]
19. ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, [QBR] ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ? [QBR]
20. ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, [QBR] ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ [QBR] ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ। [QBR]
21. ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ [QBR] ଫେରି ମୋତେ ସାନ୍ତ୍ୱନା ଦିଅ। [QBR]
22. ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, [QBR] ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; [QBR] ହେ ଇସ୍ରାଏଲର ଧର୍ମସ୍ୱରୂପ, [QBR] ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। [QBR]
23. ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର [QBR] ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ। [QBR]
24. ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; [QBR] କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି। [PE]