1. {ଜଣେ ବୃଦ୍ଧର ପ୍ରାର୍ଥନା} PS ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି;
ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ। |
3. ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ’ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ;
ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ। |
6. ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି;
ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ। |
10. କାରଣ ମୋହର ଶତ୍ରୁଗଣ ମୋ’ ବିଷୟରେ କଥା କହନ୍ତି
ଓ ମୋ’ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ, |
13. ମୋ’ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ;
ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ। |
16. ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି।
ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି। |
17. ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ;
ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି। |
18. ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ,
ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ। |
19. ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ,
ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ? |
20. ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ,
ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ। |
22. ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର,
ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। |
23. ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର
ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ। |
24. ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ;
କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି। PE |